Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 38

ଗୀତସଂହିତା 38:4-12

Help us?
Click on verse(s) to share them!
4କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।
5ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।
6ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।
7କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
8ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।
9ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
10ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି।
11ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
12ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ ମୋ’ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।

Read ଗୀତସଂହିତା 38ଗୀତସଂହିତା 38
Compare ଗୀତସଂହିତା 38:4-12ଗୀତସଂହିତା 38:4-12