Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 38

ଗୀତସଂହିତା 38:8-14

Help us?
Click on verse(s) to share them!
8ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।
9ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
10ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି।
11ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
12ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ ମୋ’ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
13ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।
14ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।

Read ଗୀତସଂହିତା 38ଗୀତସଂହିତା 38
Compare ଗୀତସଂହିତା 38:8-14ଗୀତସଂହିତା 38:8-14