Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 39

ଗୀତସଂହିତା 39:1-4

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍‍ ପାଇଁ ଦାଉଦଙ୍କର ଗୀତ। ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”
2ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
3ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;
4“ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।

Read ଗୀତସଂହିତା 39ଗୀତସଂହିତା 39
Compare ଗୀତସଂହିତା 39:1-4ଗୀତସଂହିତା 39:1-4