2ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
3ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;
4“ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।
5ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। ସେଲା
6ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
7ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି ? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।
8ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।
9ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
10ମୋ’ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।
11ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। ସେଲା
12ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।