Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 40

ଗୀତସଂହିତା 40:1-8

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
2ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।
3ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
4ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।
5ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।
6ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।
7ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।
8ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।”

Read ଗୀତସଂହିତା 40ଗୀତସଂହିତା 40
Compare ଗୀତସଂହିତା 40:1-8ଗୀତସଂହିତା 40:1-8