13ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।
14ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।
15ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
16ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।
17ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।