Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 40

ଗୀତସଂହିତା 40:2-13

Help us?
Click on verse(s) to share them!
2ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।
3ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
4ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।
5ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।
6ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।
7ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।
8ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।”
9ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ।
10ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।
11ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ।
12କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।
13ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।

Read ଗୀତସଂହିତା 40ଗୀତସଂହିତା 40
Compare ଗୀତସଂହିତା 40:2-13ଗୀତସଂହିତା 40:2-13