Text copied!
Bibles in Odia

ଗୀତସଂହିତା 40:8-12 in Odia

Help us?

ଗୀତସଂହିତା 40:8-12 in ଓଡିଆ ବାଇବେଲ

8 ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।”
9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ।
10 ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।
11 ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ।
12 କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।
ଗୀତସଂହିତା 40 in ଓଡିଆ ବାଇବେଲ