1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
2ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।
3ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।