Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 41

ଗୀତସଂହିତା 41:4-9

Help us?
Click on verse(s) to share them!
4ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର; ମୋ’ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
5ମୋହର ଶତ୍ରୁଗଣ ମୋ’ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ ?
6ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
7ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ’ ବିରୁଦ୍ଧରେ ଫୁସ୍‍ଫୁସ୍‍ କରନ୍ତି; ସେମାନେ ମୋ’ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
8ସେମାନେ କହନ୍ତି, “କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।”
9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।

Read ଗୀତସଂହିତା 41ଗୀତସଂହିତା 41
Compare ଗୀତସଂହିତା 41:4-9ଗୀତସଂହିତା 41:4-9