Text copied!
Bibles in Odia

ଗୀତସଂହିତା 41:4-9 in Odia

Help us?

ଗୀତସଂହିତା 41:4-9 in ଓଡିଆ ବାଇବେଲ

4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର; ମୋ’ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
5 ମୋହର ଶତ୍ରୁଗଣ ମୋ’ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ ?
6 ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ’ ବିରୁଦ୍ଧରେ ଫୁସ୍‍ଫୁସ୍‍ କରନ୍ତି; ସେମାନେ ମୋ’ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
8 ସେମାନେ କହନ୍ତି, “କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।”
9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
ଗୀତସଂହିତା 41 in ଓଡିଆ ବାଇବେଲ