7ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ’ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋ’ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
8ସେମାନେ କହନ୍ତି, “କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।”
9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
10ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।
11ମୋହର ଶତ୍ରୁ ମୋ’ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋ’ଠାରେ ସନ୍ତୁଷ୍ଟ ଅଛ।
12ତୁମ୍ଭେ ମୋ’ ସରଳତାରେ ମୋତେ ଧରି ରଖୁଅଛ।