7ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ’ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋ’ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
8ସେମାନେ କହନ୍ତି, “କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।”
9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।