4ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
5ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।