5ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
6ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
7ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି।
8ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
9ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?”