1ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।
2କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି ?
3ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।
4ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।