Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 44

ଗୀତସଂହିତା 44:1-11

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ମସ୍କିଲ୍। ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
2ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।
3କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।
4ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।
5ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।
6ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋ’ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।
7ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
8ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। ସେଲା
9ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।
10ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।
11ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।

Read ଗୀତସଂହିତା 44ଗୀତସଂହିତା 44
Compare ଗୀତସଂହିତା 44:1-11ଗୀତସଂହିତା 44:1-11