13ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।
14ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
15ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ,
16ସାରାଦିନ ମୋ’ ଅପମାନ ମୋ’ ସମ୍ମୁଖରେ ଥାଏ ଓ ମୋ’ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।