Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 44

ଗୀତସଂହିତା 44:14-21

Help us?
Click on verse(s) to share them!
14ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
15ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ,
16ସାରାଦିନ ମୋ’ ଅପମାନ ମୋ’ ସମ୍ମୁଖରେ ଥାଏ ଓ ମୋ’ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।
17ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ।
18ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି
19ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।
20ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
21ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।

Read ଗୀତସଂହିତା 44ଗୀତସଂହିତା 44
Compare ଗୀତସଂହିତା 44:14-21ଗୀତସଂହିତା 44:14-21