Text copied!
Bibles in Odia

ଗୀତସଂହିତା 44:2-8 in Odia

Help us?

ଗୀତସଂହିତା 44:2-8 in ଓଡିଆ ବାଇବେଲ

2 ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।
3 କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।
4 ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।
5 ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।
6 ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋ’ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।
7 ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
8 ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। ସେଲା
ଗୀତସଂହିତା 44 in ଓଡିଆ ବାଇବେଲ