Text copied!
Bibles in Odia

ଗୀତସଂହିତା 44:4-11 in Odia

Help us?

ଗୀତସଂହିତା 44:4-11 in ଓଡିଆ ବାଇବେଲ

4 ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।
5 ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।
6 ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋ’ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।
7 ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
8 ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। ସେଲା
9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।
10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।
11 ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।
ଗୀତସଂହିତା 44 in ଓଡିଆ ବାଇବେଲ