Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 44

ଗୀତସଂହିତା 44:7-14

Help us?
Click on verse(s) to share them!
7ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
8ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। ସେଲା
9ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।
10ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।
11ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।
12ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।
13ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।
14ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।

Read ଗୀତସଂହିତା 44ଗୀତସଂହିତା 44
Compare ଗୀତସଂହିତା 44:7-14ଗୀତସଂହିତା 44:7-14