Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 45

ଗୀତସଂହିତା 45:1-9

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ପ୍ରେମ ଗୀତ। ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।
2ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।
3ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।
4ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।
5ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।
6ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।
7ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
8ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
9ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।

Read ଗୀତସଂହିତା 45ଗୀତସଂହିତା 45
Compare ଗୀତସଂହିତା 45:1-9ଗୀତସଂହିତା 45:1-9