Text copied!
Bibles in Odia

ଗୀତସଂହିତା 45:10-16 in Odia

Help us?

ଗୀତସଂହିତା 45:10-16 in ଓଡିଆ ବାଇବେଲ

10 ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
11 ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ।
13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
15 ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।
ଗୀତସଂହିତା 45 in ଓଡିଆ ବାଇବେଲ