13ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
14ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
15ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
16ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।