9ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।
10ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
11ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।