Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 45

ଗୀତସଂହିତା 45:9-17

Help us?
Click on verse(s) to share them!
9ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।
10ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
11ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
12ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ।
13ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
14ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
15ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
16ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।
17ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।

Read ଗୀତସଂହିତା 45ଗୀତସଂହିତା 45
Compare ଗୀତସଂହିତା 45:9-17ଗୀତସଂହିତା 45:9-17