Text copied!
Bibles in Odia

ଗୀତସଂହିତା 46:3-7 in Odia

Help us?

ଗୀତସଂହିତା 46:3-7 in ଓଡିଆ ବାଇବେଲ

3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। ସେଲା
4 ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।
5 ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।
6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।
7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
ଗୀତସଂହିତା 46 in ଓଡିଆ ବାଇବେଲ