7ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
8ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି !
9ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।
10କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।