Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା

ଗୀତସଂହିତା 47

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
3ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।
4ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। ସେଲା
5ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।
6ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର।
7କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର।
8ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
9ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।