Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 48

ଗୀତସଂହିତା 48:1-6

Help us?
Click on verse(s) to share them!
1ଗୀତ : କୋରହ-ସନ୍ତାନମାନଙ୍କର ଗୀତ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
2ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
3ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
4କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।
5ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍‍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
6ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।

Read ଗୀତସଂହିତା 48ଗୀତସଂହିତା 48
Compare ଗୀତସଂହିତା 48:1-6ଗୀତସଂହିତା 48:1-6