Text copied!
Bibles in Odia

ଗୀତସଂହିତା 48:1-6 in Odia

Help us?

ଗୀତସଂହିତା 48:1-6 in ଓଡିଆ ବାଇବେଲ

1 ଗୀତ : କୋରହ-ସନ୍ତାନମାନଙ୍କର ଗୀତ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।
5 ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍‍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
ଗୀତସଂହିତା 48 in ଓଡିଆ ବାଇବେଲ