3ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
4କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।
5ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
6ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
7ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।
8ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। ସେଲା