Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 48

ଗୀତସଂହିତା 48:7-14

Help us?
Click on verse(s) to share them!
7ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।
8ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। ସେଲା
9ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।
10ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।
11ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।
12ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
13ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।
14କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।

Read ଗୀତସଂହିତା 48ଗୀତସଂହିତା 48
Compare ଗୀତସଂହିତା 48:7-14ଗୀତସଂହିତା 48:7-14