1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
2ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
3ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
4ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
5ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ?
6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
8କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।
11ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।