Text copied!
Bibles in Odia

ଗୀତସଂହିତା 49:11-17 in Odia

Help us?

ଗୀତସଂହିତା 49:11-17 in ଓଡିଆ ବାଇବେଲ

11 ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। ସେଲା
14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।
15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। ସେଲା
16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।
ଗୀତସଂହିତା 49 in ଓଡିଆ ବାଇବେଲ