13ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। ସେଲା
14ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।
15ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। ସେଲା
16କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
17କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।
18ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
19ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ।