3ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
4ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
5ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ?
6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
8କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;