Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 49

ଗୀତସଂହିତା 49:5-10

Help us?
Click on verse(s) to share them!
5ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ?
6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
8କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।

Read ଗୀତସଂହିତା 49ଗୀତସଂହିତା 49
Compare ଗୀତସଂହିତା 49:5-10ଗୀତସଂହିତା 49:5-10