8କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।
11ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
12ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
13ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। ସେଲା