Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 4

ଗୀତସଂହିତା 4:1-6

Help us?
Click on verse(s) to share them!
1ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।
2ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ ? ସେଲା
3ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ୍‍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।
4ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। ସେଲା
5ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
6ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।

Read ଗୀତସଂହିତା 4ଗୀତସଂହିତା 4
Compare ଗୀତସଂହିତା 4:1-6ଗୀତସଂହିତା 4:1-6