Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 4

ଗୀତସଂହିତା 4:3-8

Help us?
Click on verse(s) to share them!
3ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ୍‍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।
4ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। ସେଲା
5ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
6ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।
7ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
8ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।

Read ଗୀତସଂହିତା 4ଗୀତସଂହିତା 4
Compare ଗୀତସଂହିତା 4:3-8ଗୀତସଂହିତା 4:3-8