Text copied!
Bibles in Odia

ଗୀତସଂହିତା 50:1-13 in Odia

Help us?

ଗୀତସଂହିତା 50:1-13 in ଓଡିଆ ବାଇବେଲ

1 ଆସଫର ଗୀତ। ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।
2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। ସେଲା
7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।
10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।
11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।
12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
13 ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା ?
ଗୀତସଂହିତା 50 in ଓଡିଆ ବାଇବେଲ