Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 50

ଗୀତସଂହିତା 50:10-16

Help us?
Click on verse(s) to share them!
10କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।
11ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।
12ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
13ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା ?
14ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
15ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
16ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ?

Read ଗୀତସଂହିତା 50ଗୀତସଂହିତା 50
Compare ଗୀତସଂହିତା 50:10-16ଗୀତସଂହିତା 50:10-16