11ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।
12ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
13ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା ?
14ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;