Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 50

ଗୀତସଂହିତା 50:14-20

Help us?
Click on verse(s) to share them!
14ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
15ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
16ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ?
17କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
18ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
19ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।
20ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।

Read ଗୀତସଂହିତା 50ଗୀତସଂହିତା 50
Compare ଗୀତସଂହିତା 50:14-20ଗୀତସଂହିତା 50:14-20