Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 50

ଗୀତସଂହିତା 50:16-23

Help us?
Click on verse(s) to share them!
16ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ?
17କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
18ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
19ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।
20ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।
21ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।
22ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।
23ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”

Read ଗୀତସଂହିତା 50ଗୀତସଂହିତା 50
Compare ଗୀତସଂହିତା 50:16-23ଗୀତସଂହିତା 50:16-23