Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 50

ଗୀତସଂହିତା 50:3-9

Help us?
Click on verse(s) to share them!
3ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
4ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
5“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
6ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। ସେଲା
7“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
8ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
9ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।

Read ଗୀତସଂହିତା 50ଗୀତସଂହିତା 50
Compare ଗୀତସଂହିତା 50:3-9ଗୀତସଂହିତା 50:3-9