Text copied!
Bibles in Odia

ଗୀତସଂହିତା 50:4-20 in Odia

Help us?

ଗୀତସଂହିତା 50:4-20 in ଓଡିଆ ବାଇବେଲ

4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। ସେଲା
7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।
10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।
11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।
12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
13 ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା ?
14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ?
17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
18 ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
19 ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।
20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।
ଗୀତସଂହିତା 50 in ଓଡିଆ ବାଇବେଲ