Text copied!
Bibles in Odia

ଗୀତସଂହିତା 51:11-19 in Odia

Help us?

ଗୀତସଂହିତା 51:11-19 in ଓଡିଆ ବାଇବେଲ

11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ।
12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
13 ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।
14 ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।
15 ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
17 ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
18 ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।
19 ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।
ଗୀତସଂହିତା 51 in ଓଡିଆ ବାଇବେଲ